www.samajalive.in
Monday, December 8, 2025
27.1 C
Bhubaneswar

ମିଠା ମକା ତରକାରୀ

ଆବଶ୍ୟକ ସାମଗ୍ରୀ
ସିଝା ମକା – ୨କପ
କଟା ପିଆଜ – ୧ଟି
କଟା ଟମାଟୋ – ୧ଟି
ଧନିଆ ପତ୍ର – ଅଳ୍ପ
କଟା କଞ୍ଚା ଲଙ୍କା – ୨ଟି
ଅଦା ରସୁଣ ବଟା – ୨ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
କସ୍ତୁରୀ ମେଥି – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗରମ ମସଲା – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ କଞ୍ଚା ଲଙ୍କା, ଅଦା ରସୁଣ ବଟା , ଟମାଟୋ ପକାଇ କଷନ୍ତୁ। କିଛି ସମୟ କଷିବା ପରେ ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, କସ୍ତୁରୀ ମେଥି, ଲୁଣ ପକାଇ ଭଲ ଭାବେ କଷନ୍ତୁ। ମସଲା କଷି ହେବା ପରେ ଏଥିରେ ସିଝା ମକା, ଗରମ ମସଲା, ୨କପ ପାଣି ୫ ରୁ ୧୦ ମିନିଟ ଫୁଟାନ୍ତୁ। ଏବେ ଏହାକୁ ଏକ ପାତ୍ରକୁ କାଢି ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମିଠା ମକା ତରକାରୀ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories