www.samajalive.in
Wednesday, December 10, 2025
14.1 C
Bhubaneswar

ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ସହାୟତା

ଭୁବନେଶ୍ୱର : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ତାଲାବନ୍ଦ ଜାରି ରହିଛି ।ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି ।ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ଟିଏନ୍ଏ ସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।
ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories