www.samajalive.in
Sunday, December 7, 2025
26.1 C
Bhubaneswar

୩୨୦ କୋଟି ଟଙ୍କା ମୂଲ୍ୟର ଖାଦ୍ୟ ପ୍ରକ୍ରିୟାକରଣ ପ୍ରକଳ୍ପକୁ ଅନୁମୋଦନ

କେନ୍ଦ୍ର ସରକାର ୨୮ଟି ଖାଦ୍ୟ ପ୍ରକ୍ରିୟାକରଣ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ୩୨୦ କୋଟି ଟଙ୍କା ମୂଲ୍ୟର ଏହି ପ୍ରକଳ୍ପଗୁଡ଼ିକୁ ଖାଦ୍ୟ ମନ୍ତ୍ରଣାଳୟର ପ୍ରକ୍ରିୟାକରଣ ଏବଂ ସଂରକ୍ଷଣ ଯୋଜନା ଅଧୀନରେ ଅନୁମୋଦନ କରାଯାଇଛି। ଆନ୍ତଃ ମନ୍ତ୍ରଣାଳୟ କମିଟି ଏହି ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରିଛି। ଏଥିପାଇଁ ଖାଦ୍ୟ ମନ୍ତ୍ରଣାଳୟ ୧୦୭ କୋଟି ଟଙ୍କାର ସହାୟତା ମଧ୍ୟ ଯୋଗାଇ ଦେଇଛି। ୧୦ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରତିଷ୍ଠିତ ହେବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ପାଖାପାଖି ୧୦ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ରାଜ୍ୟଗୁଡ଼ିକ ହେଉଛି ମଧ୍ୟପ୍ରଦେଶ, ଗୁଜରାଟ, ଉତ୍ତର ପ୍ରଦେଶ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ, ଉତ୍ତରାଖଣ୍ଡ, ଆସାମ, ମଣିପୁର ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀର। ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍‍ ମାଧ୍ୟମରେ ଆନ୍ତଃ ମନ୍ତ୍ରଣାଳୟ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।

ଏଥିସହ ପ୍ରଧାନମନ୍ତ୍ରୀ କିଶାନ ସମ୍ପଦ ଯୋଜନା ଅଧୀନରେ ମଧ୍ୟ କେତେଗୁଡ଼ିଏ ପ୍ରକଳ୍ପକୁ ଆର୍ଥିକ ସହାୟତା ପ୍ରଦାନ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି। ଏହି ୨୮ଟି ଯାକ ପ୍ରକଳ୍ପ ମାଧ୍ୟମରେ ଦୈନିକ ୧ହଜାର ୨୩୭ ମେଟ୍ରିକ୍‍ ଟନ୍‍ ଖାଦ୍ୟ ପ୍ରକ୍ରିୟାକରଣ କରାଯାଇ ପାରିବ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories