www.samajalive.in
Sunday, December 14, 2025
23.1 C
Bhubaneswar

ଅତିରିକ୍ତ ଖାଦ୍ୟଶସ୍ୟ ଆବଣ୍ଟନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ପ୍ରଦାନ

ଆଗାମୀ ଜୁଲାଇରୁ ନଭେମ୍ବର ମାସ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଅତିରିକ୍ତ ଖାଦ୍ୟଶସ୍ୟ ଆବଣ୍ଟନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‍ ମଞ୍ଜୁରି ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ଯୋଜନା ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ୮୧ କୋଟି ୩୫ ଲକ୍ଷ ହିତାଧିକାରୀ ଏଥିରୁ ଉପକୃତ ହେବେ। ଏହି ଯୋଜନାରେ ହିତାଧିକାରୀମାନଙ୍କୁ ମାଗଣାରେ ମୁଣ୍ଡପିଛା ୫ କିଲୋଗ୍ରାମ୍‍ ଲେଖାଏଁ ଖାଦ୍ୟଶସ୍ୟ ଯୋଗାଇ ଦିଆଯିବ।

ଏହି ଯୋଜନାରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର କୌଣସି ଆର୍ଥିକ ଯୋଗଦାନ ରହିବ ନାହିଁ। କେନ୍ଦ୍ର ସରକାର ଏହାର ସମ୍ପୂର୍ଣ୍ଣ ବ୍ୟୟଭାର ଗ୍ରହଣ କରୁଛନ୍ତି। ସେଥିଲାଗି କେନ୍ଦ୍ର ସରକାରଙ୍କୁ ମୋଟ୍‍ ୬୪ ହଜାର ୩୧ କୋଟି ଟଙ୍କାର ବ୍ୟୟଭାର ବହନ କରିବାକୁ ପଡ଼ିବ। ହିତାଧିକାରୀଙ୍କୁ ଗହମ ଓ ଚାଉଳ କେତେ ପରିମାଣରେ ବଣ୍ଟନ କରାଯିବ, ତାହା ସମ୍ପୃକ୍ତ ରାଜ୍ୟର ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ନିର୍ଦ୍ଧାରଣ କରିବ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories