www.samajalive.in
Thursday, December 11, 2025
27.1 C
Bhubaneswar

କାଳବୈଶାଖୀ ସମ୍ଭାବନା, ୧୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କାଳବୈଶାଖୀ ଜନିତ ଝଡ଼ବର୍ଷା ନେଇ ୧୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୂଆପଥର ମାଡ଼ ସହ ୪୦ରୁ୫୦ କିଲୋମିଟର ବେଗରରେ ପବନ ବହିବା ଆଶଙ୍କା ରହିଛି ବୋଲି ସତର୍କ ସୂଚନାରେ ଦର୍ଶାଯାଇଛି। ଅପରପକ୍ଷରେ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଜିଲାର ଜିଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦେଶ ଦେଇଛନ୍ତି।

Hot this week

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories