୨୪ଘଣ୍ଟାରେ କାଳବୈଶାଖୀ ସମ୍ଭାବନା, ୭ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କଳା ପାଣିପାଗ ବିଭାଗ
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବଜ୍ରଘାତ ଓ ଝଡ଼ବର୍ଷାକୁ ନେଇ ୭ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୬ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ସତର୍କ କରାଯାଇଛି। କାଳବୈଶାଖୀ ସମୟରେ କେହି ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଦେସମ୍ପୃକ୍ତ ଜିଲାଗୁଡ଼ିକର କାଳବୈଶାଖୀ ସ୍ଥିତି ଉପରେ ନଜର ରଖିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦେଶ ଦେଇଛନ୍ତି।
ଭୁବନେଶ୍ୱର: ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହଇଛି ପାଣିପାଗ କେନ୍ଦ୍ର।
ସେହିପରି ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା। କିଛି ସ୍ଥାନରେ ମଧ୍ୟମ ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଥିବାବେଳେ ଆକାଶ ଆଂଶିକ ମେଘୁଆ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Comments are closed.