www.samajalive.in
Saturday, December 13, 2025
14.1 C
Bhubaneswar

ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବାନ, ୧୧ଜିଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ପାଣିପାଗ ବିଭାଗ ପକ୍ଷରୁ ଝଡ଼ବର୍ଷା ଓ ବଜ୍ରପାତ ନେଇ ୨ ଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଥିବାରୁ ଏସବୁ ଜିଲାଗୁଡ଼ିକ ପାଇଁ ୨ ଦିନ ଲାଗି ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଏପ୍ରିଲ ୧୦ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କେନ୍ଦୁଝରରେ ଝଡ଼ବର୍ଷା ସମ୍ଭାବନା ରହିଥିବାରୁ ଏସବୁ ଜିଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟରେ ଆଗାମୀ ୨ଦିନ ମଧ୍ୟରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ସମ୍ପୃକ୍ତ ଜିଲାର ଜିଲାପାଳମାନଙ୍କୁ ସଜାଗ ରହିବା ପାଇଁ ଏସଆରସିଙ୍କ ନିର୍ଦେଶ ଦେଇଛନ୍ତି।

Hot this week

ଜାନୁଆରୀ ୩୦ରୁ ଅନଶନରେ ବସିବେ ଆନ୍ନା

ମୁମ୍ବଇ: ବିଶିଷ୍ଟ ଗାନ୍ଧୀବାଦୀ ନେତା ତଥା ସମାଜସେବୀ ଆନ୍ନା ହଜାରେ ଜାନୁଆରୀ...

“ବଳଦଙ୍କୁ ଖାଇଗଲା ବୋଲି, ବାଘକୁ ବିଷ ଦେଇ ମାରିଦେଲି”

ବଣାଇ : ତିନି ବଳଦ ଜଙ୍ଗଲକୁ ଚରିବାକୁ ଯାଇ ଆଉ ଫେରି...

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

Related Articles

Popular Categories