www.samajalive.in
Sunday, December 7, 2025
26.1 C
Bhubaneswar

କରୋନା ଟିକାକରଣ : ଭାରତକୁ ବିଦେଶୀ ରାଷ୍ଟ୍ରମୁଖ୍ୟଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : ଦେଶବ୍ୟାପୀ କରୋନା ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ବିଦେଶୀ ରାଷ୍ଟ୍ରଗୁଡ଼ିକର ନେତାମାନେ ଭାରତକୁ ଅଭିନନ୍ଦନ ବାର୍ତ୍ତା ପଠାଇବାରେ ଳାଗିଛନ୍ତି। ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କୋଭିଡ୍‍-୧୯ ପ୍ରତିଷେଧକ ଟିକାକରଣ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦ୍ରା ରାଜପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭାରତ ସରକାରଙ୍କୁ ଏଥିପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରି ଶ୍ରୀ ରାଜପକ୍ଷେ କହିଛନ୍ତି, ଏହି ବିଶ୍ୱବ୍ୟାପୀ ସଂକ୍ରମଣର ମୂଳୋତ୍ପାଟନ ପ୍ରକ୍ରିୟା ଆରମ୍ଭ ହୋଇଗଲା।
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଶ୍ରୀ ରାଜପକ୍ଷେଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଆମର ବୈଜ୍ଞାନିକ ଓ ସ୍ୱେଚ୍ଛାସେବୀ ମାନଙ୍କର ଅକ୍ଳାନ୍ତ ଉଦ୍ୟମ କୋବିଡ୍‍-୧୯ ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେ କହିଛନ୍ତି, ଶୀଘ୍ର ପ୍ରତିଷେଧକ ବିକଶିତ କରିବା ଓ ଏହାକୁ ଦିଆଯିବା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସାବ୍ୟସ୍ତ ହୋଇଛି। ଏକ ସୁସ୍ଥ ତଥା ରୋଗମୁକ୍ତ ବିଶ୍ୱ ଗଠନ ଦିଗରେ ଏହା ମହତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ମାଳଦୀପ ରାଷ୍ଟ୍ରପତି ଇବ୍ରାହିମ୍‍ ମହମ୍ମଦ ସୋଲିହ୍‍ ପ୍ରଧାନମନ୍ତ୍ରୀ ମୋଦି ଓ ଭାରତ ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏକ ଟ୍ୱିଟ୍‍ ବାର୍ତ୍ତାରେ ଶ୍ରୀ ସୋଲିହ୍‍ ଭାରତ କୋବିଡ୍‍ ନାଇଣ୍ଟିନ୍‍ ବିପକ୍ଷରେ ଏହାର ସଂଗ୍ରାମରେ ସମ୍ପୂର୍ଣ୍ଣ ସଫଳ ହେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ବ୍ରିଟେନ୍‍ ପ୍ରଧାନମନ୍ତ୍ରୀ ବୋରିସ୍‍ ଜନ୍‍ସନ୍‍ କରୋନା ପ୍ରତିଷେଧକ ବାହାର କରିବା ଦିଗରେ ଭାରତର ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଭାରତ ବିଶ୍ୱର ମୋଟ୍‍ ପ୍ରତିଷେଧକର ଶତକଡ଼ା ୫୦ ଭାଗ ପ୍ରତିଷେଧକ ଯୋଗାଇ ସାରିଛି ଓ କୋଭିଡ୍‍ ସଂକ୍ରମଣ ଆରମ୍ଭ ହେବାଠାରୁ ଉଭୟ ଭାରତ ଓ ବ୍ରିଟେନ୍‍ ମିଳିତ ଭାବେ କାର୍ୟ୍ୟ କରିଆସୁଛନ୍ତି।
ଭୁଟାନ୍‍ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗ୍‍ ଓ ନେପାଳ ବୈଦେଶିକ ମନ୍ତ୍ରୀ ପ୍ରଦୀପ୍‍ କୁମାର ଗ୍ୟାୱାଲି ଶ୍ରୀ ମୋଦି ଓ ଭାରତର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଅଭିନନ୍ଦନ ବାର୍ତ୍ତାମାନ ପଠାଇଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories