www.samajalive.in
Tuesday, December 9, 2025
16.1 C
Bhubaneswar

୯ରେ ବାଂଲାଦେଶ ଯିବେ ବୈଦେଶିକ ସଚିବ

ସମାଜ ଡିଜିଟାଲ ଡେସ୍କ: ବୈଦେଶିକ ସଚିବ ବିକ୍ରମ ମିସ୍ରି ଆସନ୍ତା ୯ ତାରିଖରେ ବାଂଲାଦେଶ ଗସ୍ତରେ ଯିବେ। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଉଥିବାବେଳେ ବୈଦେଶିକ ସଚିବଙ୍କ ଗସ୍ତ ଅନେକ ଗୁରୁତ୍ଵ ବହନ କରୁଛି। ତେବେ ସଚିବ ଫରେନ ଅଫିସ କନସଲଟେସନ ଲାଗି ବାଂଲାଦେଶ ଯାଉଥିବା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏହି ସମୟରେ ସେ ବାଂଲାଦେଶ ପ୍ରତିପକ୍ଷଙ୍କ ସହିତ ମଧ୍ୟ ଆଲୋଚନା କରିବେ।

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣକୁ ନେଇ ମନ୍ତ୍ରଣାଳୟ କହିଛି ଯେ, ଆମେ ଏହି ପ୍ରସଙ୍ଗରେ ପୂର୍ବରୁ ମଧ୍ୟ ଆଲୋଚନା କରିସାରିଛୁ। ବାଂଲାଦେଶରେ ଚାଲିଥିବା ପ୍ରାସଙ୍ଗିକ ଆଇନଗତ ପ୍ରକ୍ରିୟାଗୁଡ଼ିକ ନିରପେକ୍ଷ ଭାବେ କାର୍ଯ୍ୟକାରୀ କରାଯିବ ବୋଲି ଆମର ଆଶା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories