www.samajalive.in
Saturday, December 6, 2025
26.1 C
Bhubaneswar

ବିଦେଶ ଗସ୍ତରେ ଯିବେ ବାଚସ୍ପତି

ଭୁବନେଶ୍ୱର : ବାଚସ୍ପତି ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଚଳିତ ମାସ ୫ରୁ ୧୯ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ।  ଏ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ, ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର। ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ, ପାର୍ଲାମେଣ୍ଟ ସଦସ୍ୟ, ୨୨ଟି ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗଦେଉଛନ୍ତି। ଚଳିତ ମାସ ୫ ତାରିଖ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ୬ ତାରିଖ ବାର୍ବାଡୋସ୍‌ରେ ପହଞ୍ଚିବେ। ୬ ରୁ ୧୧ ତାରିଖ ପର୍ଯ୍ୟନ୍ତ ବାର୍ବାଡୋସ୍‌ର ରାଜଧାନୀ ବ୍ରିଜ୍‌ଟାଉନ୍‌ଠାରେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ସେ ନିଜର ବକ୍ତବ୍ୟ ରଖିବେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories