www.samajalive.in
Monday, December 15, 2025
24.1 C
Bhubaneswar

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ପ୍ରାୟ ୩ମାସ ହେଲା ସେ ଅସୁସ୍ଥ ଥିଲେ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଥିଲେ ।

ଜର୍ଜ ତିର୍କୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ତାଙ୍କ ଗାଁ ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନା ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ । ବୀରମିତ୍ରପୁରରୁ ଜର୍ଜ ତିର୍କୀ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ୨ଥର, ସ୍ୱାଧୀନ ଭାବେ ଥରେ ଓ ସମତାକ୍ରାନ୍ତି ଦଳରୁ ଥରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories