www.samajalive.in
Saturday, December 6, 2025
16.1 C
Bhubaneswar

ଗିରଫ ହେଲେ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର । ସୋମବାର ତାରାଙ୍କ ବିଭିନ୍ନ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍‌ । ଏହି ସମୟରେ ୧୦ଟି ଫ୍ଲାଟ, ୭ଟି ପ୍ଲଟ୍‌, ଅଢେଇ କେଜି ପାଖାପାଖି ସୁନା ଠାବ କରିବା ସହ ୩୭୦ ଗ୍ରାମ ହୀରା, ବିଦେଶୀ ମୁଦ୍ରା, ଦାମୀ ଘଣ୍ଟା ସହ ୨.୭୦କୋଟିର ବ୍ୟାଙ୍କ ଜମା ଠାବ ହୋଇଥିଲା । ଖାଲି ସେତିକି ନୁହେଁ ନଗଦ ୬ଲକ୍ଷ ଟଙ୍କା ସହିତ ୨ଟି ଦାମୀ କାର ମଧ୍ୟ ଠାବ କରିଥିଲା ଭିଜିଲାନ୍ସ ଟିମ୍‌ । ତାରା ପ୍ରସାଦ କାର୍ଯ୍ୟରତ ଥିବାବେଳେ ଏତେ ପରିମାଣର ସମ୍ପତ୍ତି କେଉଁଠୁ ଆଣିଲେ ତାହାର ହିସାବ ମାଗିଥିଲା ଭିଜିଲାନ୍ସ ଟିମ୍‌ । ହେଲେ ସଠିକ୍‌ ଭାବେ ହିସାବ ନଦେବାରୁ ତାରାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ ।
ସୂଚନା ଅନୁସାରେ ପୂବର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଆଧାର କରି ଭିଜିଲାନ୍ସ ତାଙ୍କ ନାଁରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର, କଟକ, ଝାରସୁଗୁଡାର ୯ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ ।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories