ଜନଗଣର ନେତା ବିରେନ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର: ଜନଗଣର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ଜୟଦେବ ବିହାରସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ବିଧାୟକ  ଅମର ପ୍ରସାଦ ଶତପଥୀ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍ବର୍ଗତ ମିତ୍ରଙ୍କ ସ୍ମୃତିଚାରଣ କରିଥିଲେ ।

ଆଜିର ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର)  ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ଲଷ୍ମୀଧର ବେହେରା,ବୀରେନ ମିତ୍ର ଫାଉଣ୍ଡେସନର ସୁଧାଂଶୁ ତ୍ରିପାଠୀ, ବିଭିନ୍ନ ସଂସ୍ଥାର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ମିତ୍ରଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

Comments are closed.