www.samajalive.in
Sunday, December 14, 2025
17.1 C
Bhubaneswar

ଭୁବନେଶ୍ବର ପୂଜା ମଣ୍ଡପ ବୁଲିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମା’ଙ୍କ ନିକଟରେ କଲେ ଆଶିଷ ଭିକ୍ଷା

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଆଶିଷ ଭିକ୍ଷା କରିଛନ୍ତି। ଶାରଦୀୟ ଦୂର୍ଗାପୂଜା ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଥିବା ବେଳେ ନବୀନ ପଟ୍ଟନାୟକ ଲୋକଙ୍କ ସହ ମିଶି ଏହି ଖୁସିର ମାହୋଲରେ ସାମିଲ ହୋଇଛନ୍ତି । ଆଜି ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଦର୍ଶନ କରିଛନ୍ତି।

ଶୁକ୍ରବାର ମହାଷ୍ଟମୀ ଅବସରରେ ନବୀନ ପଟ୍ଟନାୟକ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଥିଲା। ନବୀନ ପଟ୍ଟନାୟକ ରସୁଲଗଡ଼ରୁ ସକାଳ ସାଢ଼େ ୧୦ଟାରେ ମା’ଙ୍କ ଦର୍ଶନ ଆରମ୍ଭ କରିଥିଲେ। ରସୁଲଗଡ ଦୁର୍ଗାପୂଗା ମଣ୍ଡପରେ ନବୀନଙ୍କୁ କମିଟି ତରଫରୁ ଭବ୍ୟ ସ୍ବାଗତକରାଯାଇଥିଲା। ଏହି ଅବସରରେ ରସୁଲଗଡ ପୂଜା ମଣ୍ଡପ ବୁଲିଥିଲେ ଓ ଶାରଦୀୟ ଶୁଭେଚ୍ଛା ସମସ୍ତଙ୍କୁ ଜଣାଇଥିଲେ।

- Advertisement -

ଏହାପରେ ସହିଦନଗର ପୂଜା ପେଣ୍ଡାଲରେ ପହଞ୍ଚି  ମା’ଙ୍କୁ ଦର୍ଶନ କରିବା ସହିତ ପେଣ୍ଡାଲ ବୁଲି ଦେଖିଥିଲେ ନବୀନ ପଟ୍ଟନାୟକ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅତି ପାଖରୁ ଦେଖି ଉତ୍ସାହିତ ହୋଇଯାଇଥିଲେ ସାଧାରଣ ଜନତା। ଏହାପରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମାଆଙ୍କୁ ଦର୍ଶନ କରିଥିବା ସହିତ ପେଣ୍ଡାଲ ବୁଲିଥିଲେ । ଦୁର୍ଗା ପୂଜା ମଣ୍ଡପ ବୁଲି ଯିବାକୁ ନବୀନ ପଟ୍ଟନାୟକଙ୍କୁ ଟୁଇନସିଟିର ବିଭିନ୍ନ ପୂଜା କମିଟି ନିମନ୍ତ୍ରଣ କରିଥିବା ବେଳେ ପୂର୍ବରୁ ଗଣେଶ ପୂଜା ସମୟରେ ମଧ୍ୟ ନବୀନ ମଣ୍ଡପ ବୁଲିବା ସହ ଲୋକଙ୍କ ସହ କଥା ହୋଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories