www.samajalive.in
Wednesday, December 10, 2025
16.1 C
Bhubaneswar

ଅମିତଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପ୍ୟାରିସ୍‌ ଅଲିମ୍ପିକସରେ କାଂସ୍ୟ ପଦକ ବିଜୟୀ ଦଳର ସଦସ୍ୟ ଓଡ଼ିଆ ପୁଅ ଅମିତ୍‌ ରୋହିଦାସ୍‌ଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି। ଅମିତ୍‌ଙ୍କୁ ରୁପା ତାରାକସି କାମର ରଥାରୂଢ଼ ଶ୍ରୀଜଗନ୍ନାଥ, ବଲଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି ଏବଂ ଉତ୍ତରୀୟ ଦେଇ ଶ୍ରୀ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ। ଅମିତ୍‌ଙ୍କୁ ଓଡ଼ିଶାର ଗର୍ବ ବୋଲି ବର୍ଣ୍ଣନା କରିବା ସହ ଯୁବ ପିଢ଼ିକୁ ତାଙ୍କର ସଫଳତା ପ୍ରେରଣା ଦେଇଚାଲିବ ବୋଲି ସେ କହିଥିଲେ।

୨୦୨୮ରେ ହେବାକୁ ଥିବା ଆଗାମୀ ଲସ୍‌ଏଞ୍ଜେଲସ୍‌ ଅଲିମ୍ପିକ୍ସରେ ଭାରତୀୟ ଦଳ ସୁନା ପଦକ ଜିତିବ ବୋଲି ଶ୍ରୀ ପଟ୍ଟନାୟକ ଦୃଢ଼ ଆଶା ବ୍ୟକ୍ତ କରିଥିଲେ। ସମ୍ବର୍ଦ୍ଧନା ପାଇଁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପଟ୍ଟନାୟକଙ୍କୁ ପ୍ୟାରିସ୍‌ ଅଲିମ୍ପିକ୍ସର ମାସ୍କଟ୍‌ ପ୍ରଦାନ କରିଥିଲେ ଅମିତ୍‌। ଭାରତୀୟ ହକି ଦଳର ସଫଳତାରେ ପ୍ରୋତ୍ସାହନ ପାଇଁ ଦଳ ପକ୍ଷରୁ ଅମିତ୍‌ ତାଙ୍କୁ କୃତଜ୍ଞତା ଜଣାଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories