www.samajalive.in
Sunday, December 7, 2025
14.1 C
Bhubaneswar

ପୂର୍ବତନ କ୍ରିକେଟର ଚନ୍ଦ୍ରଶେଖରଙ୍କ ପରଲୋକ

ଚେନ୍ନାଇ: ପୂର୍ବତନ କ୍ରିକେଟର ଭି.ବି. ଚନ୍ଦ୍ରଶେଖରଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ତାଙ୍କ ପତ୍ନୀ ଏବଂ ୨ଝିଅ ଅଛନ୍ତି। ଚନ୍ଦ୍ରଶେଖର ଭାରତ ପାଇଁ ୭ଟି ଦିନିକିଆ ଅନ୍ତର୍ଜାତିକ ମ୍ୟାଚ୍‌ ଖେଳିଥିଲେ। କ୍ରିକେଟରେ ଦୁଃସାହସିକ ବ୍ୟାଟିଂ ଷ୍ଟାଇଲ ପାଇଁ ସେ ଚର୍ଚ୍ଚିତ ଥିଲେ। କିନ୍ତୁ ପ୍ରଥମ ଶ୍ରେଣୀ କ୍ରିକେଟରେ ସେ ବେଶ୍‌ ସଫଳତା ହାସଲ କରିଥିଲେ। ସେ ୮୧ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୪୯୯୯ ରନ୍‌ କରିଥିଲେ। ଏହା ସହିତ ସେ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ମ୍ୟାନେଜର ଭାବେ କାର୍ଯ୍ୟ କରିଥିଲେ। ଏହାବ୍ୟତୀତ ଗ୍ରେଗ୍‌ ଚାପେଲଙ୍କ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଥିବା ସ ମୟରେ ଚନ୍ଦ୍ରଶେଖର ଚୟନକର୍ତ୍ତା ରହିଥିଲେ। ଚନ୍ଦ୍ରଶେଖରଙ୍କ ମୃତ୍ୟୁ ପରେ କ୍ରିକେଟ ଜଗତରେ ଶୋକର ଛାୟା ଖେଳିଯାଇଛି। ସୁରେଶ ରାଇନାଙ୍କ ସମେତ ଅନେକ ଖେଳାଳି ଗଭୀର ଶୋକ ପ୍ରକାଶ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories