www.samajalive.in
Sunday, December 7, 2025
26.1 C
Bhubaneswar

ବିଶିଷ୍ଟ ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ଭୁବନେଶ୍ୱର: ଆଜି ଓଡ଼ିଶାର ବିଶିଷ୍ଟ ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ୧୧୪ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବିଭାଗୀୟ ସମ୍ମିଳନୀ କକ୍ଷରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ କୋଭିଡ୍‌ ମାର୍ଗଦର୍ଶିକାର ଅନୁପାଳନପୂର୍ବକ ବିଭାଗୀୟ ଅଧିକାରୀମାନଙ୍କ ଦ୍ୱାରା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି।
ଓଡ଼ିଶାର ପ୍ରାକ୍‌ସ୍ୱାଧୀନତା କାଳରେ ରାଜତନ୍ତ୍ର ବିରୋଧୀ ତଥା ପ୍ରଜା ଆନ୍ଦୋଳନର ପ୍ରବକ୍ତା ଥିଲେ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନ। ସେ ନିଜର ଅପୂର୍ବ ତ୍ୟାଗ, ସାହସିକତା ଓ ନିଷ୍ଠା ବଳରେ ଜନସାଧାରଣଙ୍କ ପାଖରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ତାଳଚେରରେ ଜନ୍ମିତ ତଥା ପ୍ରଜା ଆନ୍ଦୋଳନର ପ୍ରବକ୍ତା ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନ ଗଡ଼ଜାତ ମିଶ୍ରଣ ପରେ ସକି୍ରୟ ରାଜନୀତିରେ ଯୋଗଦେଇ ବିଭିନ୍ନ ସମୟରେ ମନ୍ତ୍ରୀପଦରେ ଅଧିଷ୍ଠିତ ହେବା ସହ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ହୋଇଥିଲେ। ଜଣେ ସାଲିସବିହୀନ, ମୂଲ୍ୟବୋଧସଂପନ୍ନ ରାଜନେତା ଭାବେ ସେ ଅତ୍ୟନ୍ତ ଲୋକପ୍ରିୟ ଥିଲେ। ନିଜର ଆଦର୍ଶ, ତ୍ୟାଗ, ସଂଗ୍ରାମୀ କାର୍ଯ୍ୟକଳାପ, ସାହିତ୍ୟସାଧନା, ବହୁବିଧ ସମାଜସେବା ନିମନ୍ତେ ସବୁଠାରେ ପ୍ରଶଂସିତ ପବିତ୍ର ମୋହନ ସର୍ବଦା ଅହଙ୍କାର, ତୋଷାମଦ ଓ ମିଥ୍ୟାଚାରରୁ ଦୂରରେ ରହିଥିଲେ। ଜଣେ ସରଳ, ଆଦର୍ଶବାଦୀ ଜନନେତା ଭାବେ ସେ ଆମର ଚିର ନମସ୍ୟ।

ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସଂପାଦକ ଡ. ଲେନିନ୍‌ ମହାନ୍ତି, ଅତିରିକ୍ତ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ା ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଯୁଗ୍ମ ସଚିବ, ଯୁଗ୍ମ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories