www.samajalive.in
Thursday, December 11, 2025
13.1 C
Bhubaneswar

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର – ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କର ପରଲୋକ । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା । ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ । ମଙ୍ଗଳବାର ସକାଳ ୭ଟା ୨୨ ସମୟରେ ତାଙ୍କର ପରଲୋକ ହୋଇଛି ।

ସେ ଦୀର୍ଘଦିନ ଧରି ର’ ବା ରିସର୍ଚ୍ଚ ଏବଂ ଆନାଲିସିସ୍‌ ଓ୍ୱିଙ୍ଗ୍‌ ପାଇଁ କାମ କରିଥିଲେ । ଡିଜିପି ଭାବେ ବେଶ୍‌ ଦକ୍ଷତାର ସହ କାର୍ଯ୍ୟ କରିଥିଲେ । ସେ ୧୯୫୯ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ । ଓଡିଆ ସାହିତ୍ୟ ପାଇଁ ତାଙ୍କର ବେଶ୍ ଯୋଗଦାନ ଥିଲା ।

- Advertisement -

ସେ ଜଣେ ମେଳାପି ଏବଂ ଅମାୟିକ ବ୍ୟକ୍ତି ଥିଲେ। ସେ ଦୀର୍ଘ ଦିନ ଧରି ‘ର’ ପାଇଁ କାମ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଶରତ ଚନ୍ଦ୍ର ମିଶ୍ରଙ୍କର ମରଶରୀରକୁ ପ୍ରଥମେ ଚନ୍ଦ୍ରଶେଖରପୁର ଡିଏଭି ସ୍କୁଲକୁ ନିଆଯାଇଥିଲା। ତାପରେ ତାଙ୍କର ବିଜେବି ନଗରସ୍ଥିତ ବାସଭବନକୁ ଅଣାଯାଇଥିଲା । ସେଠାରେ ମଧ୍ୟାହ୍ନ   ଯାଏଁ ଅନ୍ତିମ ଦର୍ଶନ ଲାଗି ରଖାଯିବ।ପରେ ଅପରାହ୍ଣରେ ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିବା ଜଣାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories