www.samajalive.in
Sunday, December 7, 2025
13.1 C
Bhubaneswar

ଆରପାରିରେ ପୂର୍ବତନ ବୈଦେଶିକ ମନ୍ତ୍ରୀ କେ.ନଟବର ସିଂ

ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ.ନଟବର ସିଂଙ୍କ ପରଲୋକ ହୋଇଛି। ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ନଟବର ସିଂ ବାର୍ଦ୍ଧକ୍ୟଜନିତ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। କିଛି ଦିନ ତଳେ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶନିବାର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।  ମନମୋହନ ସିଂହ ସରକାରରେ ସେ ଥିଲେ କ୍ୟାବିନେଟ୍ ମନ୍ତ୍ରୀ । ଜଣେ ପ୍ରବୀଣ କୂଟନୀତିଜ୍ଞ ଓ ରାଜନେତା ଭାବେ ନଟୱର ସିଂଙ୍କର ପ୍ରସିଦ୍ଧି ଥିଲା। ୧୯୫୩ରେ ମାତ୍ର ୨୨ ବର୍ଷ ବୟସରେ ସେ ଆଇଏଫ୍‌ଏସ୍ ପାଇଥିଲେ। ୧୯୭୩ରୁ ୧୯୭୭ ପର୍ଯ୍ୟନ୍ତ ସେ ୟୁକେରେ ଭାରତର ଡେପୁଟି ହାଇ କମିଶନର ଭାବେ କାର୍ଯ୍ୟ କରିଥିଲେ। ରାଜୀବ ଗାନ୍ଧୀଙ୍କ ସରକାରରେ ସେ ପ୍ରଥମେ ଇସ୍ପାତ ମନ୍ତ୍ରୀ ହୋଇଥିଲେ ଓ ପରେ ୧୯୮୬ରେ ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଜଣେ ଭଲ ଲେଖକ ଭାବେ ମଧ୍ୟ ତାଙ୍କର ପରିଚୟ ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories