www.samajalive.in
Wednesday, December 10, 2025
16.1 C
Bhubaneswar

ହକି ଇଣ୍ଡିଆ ସଭାପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କଲେ ଦିଲୀପ ତିର୍କୀ, କହିଲେ ହକି ଇଣ୍ଡିଆକୁ ନୂଆ ସୋପାନରେ ପହଞ୍ଚାଇବାକୁ ପ୍ରତିଜ୍ଞାବଦ୍ଧ

ଭୁବନେଶ୍ବର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ହକି ଇଣ୍ଡିଆ ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ହକି ଆସୋସିଏସନ ଅଫ ଓଡ଼ିଶାର ସଭାପତି ପଦରେ ଥାଇ ଦିଲୀପ ତିର୍କୀ ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଅକ୍ଟୋବର ୧ ତାରିଖରେ ହକି ଇଣ୍ଡିଆ ସଭାପତି ପଦ ପାଇଁ ନିର୍ବାଚନ ହେବ। ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ନେଇ ଦିଲୀପ ତିର୍କୀ ଟ୍ବିଟ କରି ସୂଚନା ଦେଇଛନ୍ତି।ଭାରତୀୟ ହକି ଦଳର ଅଧିନାୟକ ଭାବେ ଅନେକ ରେକର୍ଡ କରିଛନ୍ତି ଦିଲ୍ଲୀପ ତିର୍କୀ।
ନାମାଙ୍କନ ପତ୍ର ଦାଖଲ ପରେ ପ୍ରତିକ୍ରିୟା ରଖି ଦିଲୀପ ତିର୍କୀ କହିଛନ୍ତି ଯେ ମୁଁ ହକି ଇଣ୍ଡିଆ ସଭାପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛି। ହକି ଇଣ୍ଡିଆକୁ ନୂଆ ସୋପାନରେ ପହଞ୍ଚାଇବାକୁ ପ୍ରତିଜ୍ଞାବଦ୍ଧ ରହିଛି ବୋଲି ଦିଲୀପ ତିର୍କୀ ପ୍ରକାଶ କରିଛନ୍ତି।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories