www.samajalive.in
Saturday, December 6, 2025
15.1 C
Bhubaneswar

ପୂର୍ବତନ ମନ୍ତ୍ରୀ ଏ.କେ. ୱାଲିଆଙ୍କ ଦେହାନ୍ତ, କରୋନାରେ ଆକ୍ରାନ୍ତ ଥିଲେ

ନୂଆଦିଲ୍ଲୀ: ଦିଲ୍ଲୀ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଏ.କେ ୱାଲିଆ ବା ଅଶୋକ କୁମାର ୱାଲିଆଙ୍କର ଦେହାନ୍ତ ହୋଇଯାଇଛି। ସେ କରୋନା ଭୂତାଣୁରେ ଆକ୍ରାନ୍ତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସକାଳେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ଶିଲା ଦିକ୍ଷିତଙ୍କ ସରକାର ସମୟରେ ଅଶୋକ ୧୫ ବର୍ଷ ଧରି ମନ୍ତ୍ରୀ ରହିଥିଲେ।

ଡା. ୱାଲିଆ ୧୯୪୮ ଡିସେମ୍ବର ୮ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୭୨ରେ ଇନ୍ଦୋରରେ ଏମଜିଏମ ମେଡିକାଲ କଲେଜରୁ ଏମବିବିଏସ ଡିଗ୍ରୀ ହାସଲ କରିବା ପ​ରେ ଡାକ୍ତର ଭାବେ କର୍ମମୟ ଜୀବନ ଆରମ୍ଭ କରିଥିଲେ। ସେ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହି ସମୟରେ ସେ ଅନେକ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଦାୟିତ୍ଵ ନିର୍ବାହ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories