www.samajalive.in
Monday, December 8, 2025
24.1 C
Bhubaneswar

ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜିବୀ ବିଶ୍ୱାଳ ଏବଂ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହୋଇଛନ୍ତି। ଶନିବାର ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଦୁଇ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ  ଚିରଞ୍ଜିବୀ ବିଜେଡିରେ ସାମିଲ ହୋଇଛନ୍ତି । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପୁଅ । ଚିରଞ୍ଜିବୀ ପୂର୍ବରୁ ତିର୍ତ୍ତୋଲ ଓ ଜଗତସିଂହପୁରରୁ ବିଧାୟକ ରହି ସାରିଛନ୍ତି ।  ଏପରିକି ବିଧାନସଭାରେ  ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ଥିଲେ ଚିରଞ୍ଜିବୀ ବିଶ୍ୱାଳ । ବିରୋଧୀ ଦଳର ଉପନେତା ଭାବେ ମଧ୍ୟ ସେ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ । ସେପଟେ ନୀଳଗିରି ବିଧାୟକ ସୁକାନ୍ତ ନାୟକ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି  । ବିଜେପିରୁ ଇସ୍ତଫା ଦେବା ସହ ବିଜେଡିକୁ ଘରବାହୁଡା କରିଛନ୍ତି ସୁକାନ୍ତ ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories