www.samajalive.in
Saturday, December 6, 2025
19.1 C
Bhubaneswar

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ବରିଷ୍ଠ ରାଜନେତା ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ବର ମହାନ୍ତିଙ୍କ ପରଲୋକରେ ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସ୍ବର୍ଗତ ମହାନ୍ତିଙ୍କ ଲୋକପ୍ରିୟତା, ପୁରୀ ତଥା ରାଜ୍ୟର ବିକାଶରେ ତାଙ୍କର ଉଦ୍ୟମ ଏବଂ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ ପ୍ରକାଶ କରିବା ସହ ଦିବଂଗତ ଅମର ଆତ୍ମାର ସଦଗତି କାମନା ପୂର୍ବକ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ବରିଷ୍ଠ ରାଜନେତା ଓଡ଼ିଶାର ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ପୂର୍ବତନ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ତଥା ବର୍ତ୍ତମାନ ବାଲିକୁଦା-ଏରସମାର ବିଧାୟକ ଶ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି । ପୁରୀ ଜିଲ୍ଲା ତଥା ରାଜ୍ୟର ଉନ୍ନତିରେ ସ୍ବର୍ଗତ ମହାନ୍ତିଙ୍କର ଉଲ୍ଲେଖନୀୟ ଅବଦାନ ପ୍ରତି ସ୍ମୃତିଚାରଣ କରିବା ସହ ତାଙ୍କର ବିୟୋଗ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ଦାସ ପ୍ରକାଶ କରି ଦିବଂଗତ ଅମର ଆତ୍ମାର ସଦଗତି କାମନା ପୂର୍ବକ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

- Advertisement -

ପୂର୍ବତନ ବାଚସ୍ପତି, ତଥା ମନ୍ତ୍ରୀ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମନ୍ତ୍ରୀ ଶ୍ରୀ ସ୍ଵାଇଁ କହିଛନ୍ତି, ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ସେ ଗଭୀର ଭାବରେ ମର୍ମାହତ। ମହେଶ୍ଵର ମହାନ୍ତିଙ୍କ ଅକାଳ ବିୟୋଗ ରାଜ୍ୟ ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି। ବିଧାନସଭାର ବାଚସ୍ପତି ତଥା ବହୁ ବିଭାଗର ମନ୍ତ୍ରୀ ଭାବରେ ସେ ନିଜର ଦକ୍ଷତାର ପରିଚୟ ଦେଇଛନ୍ତି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଶ୍ରୀ ସ୍ଵାଇଁ ଗଭୀର ସମବେଦନା ଜଣାଇଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories