www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ସୁବାସ ପାଣିଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ସୁବାସ ପାଣିଙ୍କ ପରଲୋକ ହୋଇଛି। ସେ ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ଭାବେ ବେଶ ପରିଚିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିବା ବେଳେ ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଛି। ସୁବାସ ପାଣି ଭାରତ ସରକାରଙ୍କ ନିର୍ବାଚନ କମିଶନର, ଗ୍ରାମୀଣ ବିକାଶ ଓ ଭୂମି ସମ୍ପଦ ଏବଂ ଯୋଜନା କମିଶନର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ସେ ଜଣେ ଦକ୍ଷ ଲେଖକ, ଅନୁବାଦକ, ସଙ୍ଗୀତଜ୍ଞ ଏବଂ ସୃଜନଶୀଳ ନିର୍ଦ୍ଦେଶକ ଥିଲେ। ଏହାସହ ସେ ପ୍ରାୟ ୨୦ ବର୍ଷରୁ ଅଧିକ ସମୟ ଧରି ଦୂରଦର୍ଶନର ରଥଯାତ୍ରାର ଜାତୀୟ ଏବଂ ଅନ୍ତର୍ଜାତୀୟ ପ୍ରସାରଣ ପାଇଁ ଜଣେ ଭାଷ୍ୟକାର ଭାବରେ କାର୍ଯ୍ୟ କରିଛନ୍ତି।


ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ୍ସ ଜରିଆରେ କହିଛନ୍ତି,ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

ଜବରଦସ୍ତ ଅଫର୍‌ ; ଅଧା ଦାମ୍‌ରେ କିଣି ଆଣନ୍ତୁ ଏସି, ସ୍ମାର୍ଟଫୋନ୍‌, ଟିଭି..

- Advertisement -

ଶିକାରକୁ ଖାଉଥିଲା, ଭିଡିଓ ପାଇଁ ସିଂହ ପାଖକୁ ଯାଉଥିଲେ ଯୁବକ, ତା’ପରେ..

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories