www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବତନ ପୁଲିସ ମହାନିର୍ଦେଶକ ଏସ୍.ଏନ୍.ତିୱାରୀଙ୍କ ପରଲୋକ

ଭୁବନେଶ୍ଵର :ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଶ୍ୟାମ ନାରାୟଣ ତିୱାରୀଙ୍କ ପରଲୋକ ହୋଇଯାଇଛି । ବୁଧବାର ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଛି। ଏସ୍‌ଏନ୍ ତିୱାରୀଙ୍କ ପରଲୋକଙ୍କ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି ।  ମୃତ୍ୟୁ ବେଳକୁ ତାଙ୍କୁ ୮୧ବର୍ଷ ହୋଇଥିଲା । ଦୀର୍ଘ ଦିନ ଧରି ସେ କ୍ୟାନ୍‌ସରରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ଉପସ୍ଥିତ ଥିଲେ ।

ନୂଆପଡା ଜିଲ୍ଲା ରାଜଖରିଆରରେ ସେ ଜନ୍ମ ଗ୍ରହଣ କରିଥିଲେ । ସ୍ୱର୍ଗିତ ତିୱାରୀ ୧୯୬୫ରେ ଆଇପିଏସ ଭାବେ ଯୋଗ ଦେଇଥିଲେ । ସେ ରାଜ୍ୟ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ସଂସ୍ଥାରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଥିଲେ। କେବଳ ଏତିକି ନୁହେଁ, ତିୱାରୀ ଓଡ଼ିଶାର ପୋଲିସ ବାହିନୀର ପ୍ରାୟ ସମସ୍ତ ବିଭାଗ ତଥା କେନ୍ଦ୍ରୀୟ ପୋଲିସ ସଂଗଠନରେ ମଧ୍ୟ ନେତୃତ୍ୱ ନେଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଡିଜି ଉତ୍ତର ଜୋନ୍‌, ସେଣ୍ଟ୍ରାଲ ରେଂଜ ଡିଜି, ଇଂଟେଲିଜେନ୍ସ ନିର୍ଦ୍ଦେଶକ, ଓଡ଼ିଶା ପୋଲିସ ଡିଜି, ଇଂଟେଲିଜେନ୍ସ ବ୍ୟୁରୋର ଯୁଗ୍ମ ସଚିବ, ବିଏସ୍‌ଏଫ୍ ନିର୍ଦ୍ଦେଶକ ଭଳିି ଅନେକ ପଦବୀରେ କାର୍ଯ୍ୟ କରିଛନ୍ତି । ତିୱାରୀ ଓଡ଼ିଶାର ପ୍ରଥମ ଏବଂ ଏକମାତ୍ର ପୋଲିସ ଅଧିକାରୀ ଯିଏକି ଏସପିଜିର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ।

- Advertisement -

 

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories