ହରଭଙ୍ଗା : ଫୁଲବାଣୀର ପୂର୍ବତନ ବିଧାୟକ ତଥା ବିଜୁ ସାରଥି ଭାବେ ପରିଚିତ ପ୍ରହଲାଦ ବେହେରାଙ୍କ ପରଲୋକ ଘଟିଛି। ମୃତ୍ୟ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୋମବାର ସକାଳେ ତାଙ୍କର ପରଲୋକ ଘଟିଛି।
ସେ ୧୯୭୭ରୁ ୮୦ ପର୍ଯ୍ୟନ୍ତ ଫୁଲବାଣୀର ବିଧାୟକ ଭାବେ ରାଜ୍ୟ ବିଧାନସଭାକୁ ପ୍ରତିନିଧିତ୍ବ କରିଥିଲେ।



