ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ଦିଲ୍ଲୀ ଏମ୍ସର ଜରୁରୀକାଳୀନ ୱାର୍ଡରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଜି ସନ୍ଧ୍ୟାରେ ଅଚାନକ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ ନିଆଯାଇଥିଲା ଏବଂ ସେଠାରେ ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।
ତେବେ ସେ କେଉଁ ରୋଗରେ ଆକ୍ରନ୍ତ ଥିଲେ ଏବଂ କେଉଁ ରୋଗର ନିଦାନ ପାଇଁ ତାଙ୍କୁ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି, ତାହା ସୂଚନା ଦିଆଯାଇନାହିଁ। ଦିଲ୍ଲୀ ଏମ୍ସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ବୁଲେଟିନ ପ୍ରକାଶ କରାଯିବା ପରେ ପ୍ରକୃତ କାରଣ ଜଣାପଡ଼ିବ।
Comments are closed.