www.samajalive.in
Sunday, December 7, 2025
16.1 C
Bhubaneswar

ଶ୍ରୀମନ୍ଦିର ପ୍ରାକ୍ତନ ପ୍ରଶାସକଙ୍କ ବିୟୋଗ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରର ପ୍ରାକ୍ତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବୁଧବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। ହୃଦ୍‌ଘାତରେ ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି।
ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ଏବଂ ଚାବି ହଜିବା ସମ୍ପର୍କରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ଦେଇ ଶ୍ରୀ ମିଶ୍ର ଚର୍ଚ୍ଚାକୁ ଆସିଥିଲେ। ଜଣେ ନିଷ୍ଠାପର, ଦକ୍ଷ ଏବଂ ସଚ୍ଚୋଟ ଅଫିସରଭାବେ ସେ ଲୋକପ୍ରିୟତା ଅର୍ଜନ କରିଥିଲେ। ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ଗତବର୍ଷ ତାଙ୍କୁ ସମ୍ମାନିତ କରାଯାଇଥିଲା। ଶ୍ରୀ ମିଶ୍ର ଜଣେ ସୁସାହିତ୍ୟିକ, ଲେଖକ ଏବଂ ପ୍ରବଚକ ଥିଲେ। ଶ୍ରୀଜଗନ୍ନାଥ ସଂସ୍କୃତି ସମ୍ପର୍କରେ ସେ କିଛି ପୁସ୍ତକ ରଚନା କରିଛନ୍ତି। ମୃତ୍ୟୁଶଯ୍ୟା ନିକଟରେ ପତ୍ନୀ ଓ ପୁତ୍ର ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories