www.samajalive.in
Saturday, December 6, 2025
14.1 C
Bhubaneswar

ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ପୂର୍ବତନ ଉପବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ଘଟିଛି। ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ବୁଧବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଶ୍ରୀଯୁକ୍ତ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ। ରାଜନୀତି ସହ ବି ସେ ଜଡ଼ିତ ରହିଥିଲେ। ୧୯୮୦, ୧୯୮୫ ଏବଂ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ କଂଗ୍ରେଦ ଦଳ ସହିତ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ। ମନ୍ତ୍ରୀ ଏବଂ ଉପବାଚସ୍ପତି ଭାବେ ସେ ଦାୟିତ୍ଵ ନିର୍ବାହ ମଧ୍ୟ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories