www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସନାତନ ବିଶିଙ୍କ ବିୟୋଗରେ ଦୁଇ ମନ୍ତ୍ରୀଙ୍କ ଶୋକ

ସମାଜ ପୋର୍ଟାଲ୍‌ ଡେସ୍କ: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ସନାତନ ବିଶିଙ୍କ ମଙ୍ଗଳବାର ଦେହାନ୍ତ ହୋଇଛି। ବିଶିଙ୍କ ବିୟୋଗରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଗଭୀର ଶୋକବ୍ୟକ୍ତ କରିଛନ୍ତି । ତାଙ୍କ ସହିତ ମୋର ବ୍ୟକ୍ତିଗତ ସମ୍ପର୍କ ରହିଥିଲା ବୋଲି ମନ୍ତ୍ରୀ ଶ୍ରୀ ଦାସ ପ୍ରକାଶ କରିଛନ୍ତି । ସ୍ୱର୍ଗତ ବିଶିଙ୍କୁ ଜଣେ ସୁସଙ୍ଗଠକ ଭାବେ ଅଭିହିତ କରି ସାସଂଦ, ବିଧାୟକ ତଥା ମନ୍ତ୍ରୀ ଭାବରେ ତାଙ୍କର ରାଜ୍ୟବାସୀଙ୍କ ପାଇଁ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମନ୍ତ୍ରୀ ଶ୍ରୀ ଦାସ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି । ଏଥି ସହିତ ସେ ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନା ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।

ସେହିପରି ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ସନାତନ ବିଶି, ଶ୍ରମିକ ନେତା ସୌରୀବନ୍ଧୁ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories