ପୁରୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ଆଜି ପଞ୍ଚଭୂତରେ ବିଲୀନ ହେବେ। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ବର୍ତ୍ତମାନ ପୁରୀ ସ୍ୱର୍ଗଦ୍ୱାରରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ପହଞ୍ଚି ସାରିଛି। କିଛି ସମୟ ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ତାଙ୍କର ପାର୍ଥିବ ଶରୀର ନିଆଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କଶେଷଯାତ୍ରାରେ ସାମିଲ ହେଲେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଛନ୍ତି।
ବଡ଼ ପୁଅ ସୌମେନ୍ଦ୍ର ପ୍ରଧାନ ଓ ସାନ ପୁଅ ଧର୍ମେନ୍ଦ୍ର ପ୍ରଧାନଙ୍କ ପରିବାରର ଅନ୍ୟ ସଦସ୍ୟ, ସମ୍ପର୍କୀୟ, ବହୁ ଶୁଭେଚ୍ଛୁ ଉପସ୍ଥିତ ଅଛନ୍ତି। ଏହାସହିତ ବହୁ କେନ୍ଦ୍ରମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ, ସାଂସଦ, ବିଧାୟକ ମଧ୍ୟ ଉପସ୍ଥିତ ରହିଛନ୍ତି।
ଭୁବନେଶ୍ବରରୁ ଏକ ସୁସଜ୍ଜିତ ଗାଡ଼ିରେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ମୃତଦେହ ସ୍ୱର୍ଗଦ୍ୱାର ଶ୍ମଶାନକୁ ଅଣାଯିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ତାଙ୍କ ଶେଷ ଦର୍ଶନ ପାଇଁ ବହୁ ଶୁଭେଚ୍ଛୁ ଅପେକ୍ଷା କରିଥିଲେ। ବିଭିନ୍ନ ରାଜନୈଦିକ, ସାମାଜିକ ଓ ସାଂସ୍କୃତିକପକ୍ଷରୁ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଶବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।



