www.samajalive.in
Saturday, December 6, 2025
23.1 C
Bhubaneswar

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସସିଷ୍ଟ) ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କର ପରଲୋକ ଘଟିଛି। ଗୁରୁବାର ସକାଳ ପ୍ରାୟ ସାଢ଼େ ୮ଟାରେ କଲକାତାଠାରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ସ୍ତ୍ରୀ ମୀରା ଏବଂ ଝିଅ ସୁଚେତନାଙ୍କ ସହିତ କଲକାତାରେ ରହୁଥିଲେ। ବୁଦ୍ଧଦେବ ୨୦୦୦ ମସିହାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟକାଳ ଆରମ୍ଭ କରି ୧୧ ବର୍ଷ ଯାଏ ଦାୟିତ୍ଵ ତୁଲାଇଥିଲେ। ୨୦୧୧ରେ ସେ ବିଧାନସଭା ନିର୍ବାଚନରେ ପରାଜିତ ହେବା ସହିତ ପଶ୍ଚିମବଙ୍ଗରେ ଦୀର୍ଘ ୩୪ ବର୍ଷ ଧରି ଚାଲିଆସିଥିବା ବାମପନ୍ଥୀ ସରକାରର ପତନ ଘଟିଥିଲା। ଟିଏମସି ନେତ୍ରୀ ମମତା ବାନାର୍ଜୀ କ୍ଷମତାକୁ ଆସିଥିଲେ। ଜ୍ୟୋତି ବସୁଙ୍କ ପରେ ସେ ସିପିଆଇର ୨ୟ ଏବଂ ଶେଷ ମୁଖ୍ୟମନ୍ତ୍ରୀ ଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories