www.samajalive.in
Sunday, November 16, 2025
15.1 C
Bhubaneswar

ବିଜେଡିରୁ ଇସ୍ତଫା ଦେଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡି ଛାଡିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ସୂଚନା ଅନୁସାରେ ଜ୍ୟୋତି ପାଣିଗ୍ରାହୀ ବିଜେଡିର ଜଣେ ଦକ୍ଷ ନେତ୍ରୀ ଭାବେ ଜଣାଶୁଣା। ସେଥିପାଇଁ ଦଳ ତାଙ୍କୁ ସୁନ୍ଦରଗଡର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଥିଲା। କିନ୍ତୁ ଏବେ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ପତ୍ରରେ ସେ କହିଛନ୍ତି ଯେ ପୂର୍ବ ପରି ଦଳ ଆଉ ନାହିଁ। ଦଳର ନେତାଙ୍କୁ ଆଉ ଭେଟି ହେଉନାହିଁ। ଜ୍ୟୋତି ପାଣିଗ୍ରାହୀଙ୍କ ସ୍ୱାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରେ ଅଣଦେଖା କରାଯାଉଥିବା ଅଭିଯୋଗ କରି ଦଳ ଛାଡିବାକୁ ବାଧ୍ୟ ହୋଇଥିବା କହିଛନ୍ତି।

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories