www.samajalive.in
Sunday, December 7, 2025
16.1 C
Bhubaneswar

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ : ‘ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସ୍ୱୀକୃତି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ’

 

ଭୁବନେଶ୍ୱର : ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସ୍ୱୀକୃତି ପ୍ରଦାନ କ୍ଷେତ୍ରରେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯିବ। ସଙ୍ଗୀତକୁ ଗୁରୁତ୍ୱ ଦିଆଯାଇ ଓଡ଼ିଶୀ ବିେଶଷଜ୍ଞଙ୍କୁ ନେଇ ଆଲୋଚନାଚକ୍ର କରାଯିବ। ବିଶେଷକରି ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ଅଧିକ ଗବେଷଣା ଉପରେ ଗୁରୁତ୍ୱ ଦିଆଯିବ ବୋଲି ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି  ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୨ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ କହିଛନ୍ତି।

- Advertisement -

କରୋନା ଯୋଗୁଁ ବିନା ଛାତ୍ରଛାତ୍ରୀରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ  ଅନ୍ୟତମ ଅତିଥିଭାବେ  ବିଭାଗୀୟ ନିର୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ କହିଲେ,  ଏହି ବିଶ୍ୱବିଦ୍ୟାଳୟ ଏକ େସଣ୍ଟର ଅଫ୍‍ ଏକ୍ସଲେନ୍ସି ହେବା ନେଇ କାର୍ଯ୍ୟକ୍ରମ ହାତକୁ ନିଆଯିବ।  ସଭାପତିତ୍ୱ କରି  କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ କହିଲେ ଯେ, ଓଡ଼ିଶାର ଇତିହାସ, କଳା, ସଂସ୍କୃତି ଉପରେ ଗବେଷଣା ତ୍ୱରାନ୍ୱିତ କରାଯିବ।  ଏହି ଅବସରରେ ବିଶ୍ୱବିଦ୍ୟାଳୟର ବାର୍ଷିକ ନ୍ୟୁଜ୍‍ଲେଟର ‘ସଂସ୍କୃତି’ ଏବଂ ‘ଚିତ୍ରକଳା ଓ ଦୃଶ୍ୟକଳା ବିଭାଗର କ୍ୟାଟଲଗ ‘ସୃଷ୍ଟି’ ଉନ୍ମୋଚିତ ହୋଇଥିଲା।  କୁଳସଚିବ ଅନନ୍ତ ବିଜୟ ପଟ୍ଟନାୟକ   ବିବରଣୀ ପାଠ କରିଥିବାବେଳେ ପ୍ରଫେସର ଜଗନ୍ନାଥ କୁଅଁର ଅତିଥି ପରିଚୟ ପ୍ରଦାନ କରିଥିଲେ।  ପରୀକ୍ଷା ନିୟନ୍ତ୍ରକ ମନୋଜ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories