www.samajalive.in
Sunday, December 7, 2025
23.1 C
Bhubaneswar

ମହାମାରୀ ସମୟରେ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସରକାରଙ୍କ ସର୍ବାଧିକ ପ୍ରାଥମିକତା: ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ ମେଡ଼ିକାଲ ଅକ୍ସିଜେନ ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ରାଜ୍ୟର ସମସ୍ତ ୩୦ଟି ଜିଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ। ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା – ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା। ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍‌ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍‌ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ; ପାଲଲହଡା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍‌ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।

- Advertisement -

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ପ୍ରଥମ ଓ ଦ୍ବିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ବାରା କୋଭିଡ ବିରୁଦ୍ଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ  ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ  ଦିବ୍ୟଶଙ୍କର ମିଶ୍ର, ଢେଙ୍କାନାଳ ସାଂସଦ  ମହେଶ ସାହୁ, ବ୍ରହ୍ମପୁର ସାଂସଦ  ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ  ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories