www.samajalive.in
Saturday, December 13, 2025
23.1 C
Bhubaneswar

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ବର : ଆସନ୍ତା ଏପ୍ରିଲ ୨ରୁ ଖାଲି ହେବାକୁ ଥିବା ୪ ରାଜ୍ୟସଭା ଆସନ ପାଇଁ ବିଜେଡିର ୪ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସର ଦାୟିତ୍ୱରେ ଥିବା ବିଧାନସଭା ସଚିବ ଦାଶରଥୀ ଶତପଥୀ ଆଜି ବିଜେଡିର ଏହି ୪ଜଣ ପ୍ରାର୍ଥୀଙ୍କୁ ନିର୍ବାଚିତ ଘୋଷଣା କରିବା ସହ ସାର୍ଟିଫିକେଟ୍ ପ୍ରଦାନ କରିଛନ୍ତି।

ବିଜେଡି ପକ୍ଷରୁ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଓ ମମତା ମହନ୍ତ ନିଦ୍ୱର୍ନ୍ଦରେ ରାଜ୍ୟସଭା ପାଇଁ ନିର୍ବାଚିତ ହୋଇଛନ୍ତି । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଅବଧି ସରିବା ପରେ ରାଜ୍ୟସଭାକୁ ବିଜେଡିର ୪ଜଣ ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର । ଅନ୍ୟ ଦଳ ପକ୍ଷରୁ ଅର୍ଥାତ ବିଜେପି ଓ କଂଗ୍ରେସ ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରି ନଥିବାରୁ ଏହି ୪ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ଏହି ୪ଜଣ ପ୍ରାର୍ଥୀ ଆସନ୍ତା ଏପ୍ରିଲ ୩ ତାରିଖରେ ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେବେ ବୋଲି ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସର ଦାୟିତ୍ୱରେ ଥିବା ବିଧାନସଭା ସଚିବ ଦାଶରଥୀ ଶତପଥୀ ସୂଚନା ଦେଇଛନ୍ତି।

- Advertisement -

ଅନ୍ୟପଟେ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ୪ ସ୍ୱାଧୀନ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଖାରଜ ହୋଇଯାଇଛି। କାରଣ ଏହି ୪ ପ୍ରାର୍ଥୀଙ୍କ ପାଖରେ ଆବଶ୍ୟକ ସଂଖ୍ୟକ ସମର୍ଥକ ଓ ପ୍ରସ୍ତାବକ ନଥିବାରୁ ସେମାନଙ୍କର ନାମାଙ୍କନ ପତ୍ର ଖାରଜ ହୋଇଯାଇଥିଲା। ନାମାଙ୍କନ ପତ୍ର ଖାରଜ ହୋଇଥିବା ପ୍ରାର୍ଥୀମାନଙ୍କ ମଧ୍ୟରେ ଗଣେଶ୍ୱର ମିଶ୍ର, ଲାଲା ଅରୁଣ କୁମାର ଷଡ଼ଙ୍ଗୀ, ମମତା ସାମନ୍ତରାୟ, ଭଟାଲ ହେମ୍ବ୍ରମ ରହିଛନ୍ତି।

 

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories