www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ୍-ଟ୍ରାକ୍ଟର ଧକ୍କା: ୪ ମୃତ, ୧୩ ଆହତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମେନପୁରୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍ ଏବଂ ଟ୍ରାକ୍ଟର ମଧ୍ୟରେ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆଜି ଭୋର୍ ସମୟରେ  ଟ୍ରାକ୍ଟରର ଲାଇଟ୍ ଖରାପ ହୋଇଯିବାରୁ ଡ୍ରାଇଭର ଜଣକ ରାସ୍ତାକଡରେ ବସି ଲାଇଟ୍ ସଜାଡୁଥିଲେ। ଏତିକିବେଳେ ଏକ ଟ୍ରକ୍ ଆସି ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୪ଜଣ ମହିଳାଙ୍କର ମୃତ୍ୟୁ ଘଟିଥିଲା। ୧୩ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସମସ୍ତ ମୃତକ କନ୍ନୋଜ ଗାଁର ହୋଇଥିବାବେଳେ ଏମାନେ ସମସ୍ତେ ନାମକରଣ ସଂସ୍କାର କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ। ସେପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories