ପୁରୀ: ଦୀର୍ଘ ଦିନ ଅପେକ୍ଷାର ଅନ୍ତ ଘଟିଛି। ଆଜିଠୁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ଵାର। ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା। ସକାଳ ମଙ୍ଗଳ ଆଳତି ପରେ ଚାରି ଦ୍ଵାର ଖୋଲାଯାଇଛି। ସକାଳୁ ଭକ୍ତମାନେ ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଚାରିଦ୍ଵାର ଖୋଲିବା ନେଇ ଦୀର୍ଘ ଦିନ ଧରି ଦାବି ହୋଇଆସୁଥିଲା। ତେଣୁ ଚାରି ଦ୍ଵାର ଖୋଲିବା ପରେ ଶ୍ରଦ୍ଧାଳୁମାନେ ଖୁସି ବ୍ୟକ୍ତ କରିଛନ୍ତି। ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେପଟେ ଆଜି ସକାଳୁ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ କରି ସେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ , ପ୍ରଭାତୀ ପରିଡା ଏବଂ ନୂତନ ପରିଷଦର ସମସ୍ତ ସଦସ୍ୟ ମଧ୍ୟ ଉପସ୍ଥିତ ରହିଛନ୍ତି।
ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ଵାର: ସକାଳୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
Popular Categories



