www.samajalive.in
Saturday, December 6, 2025
23.1 C
Bhubaneswar

କରଣୀ ସେନା ସଭାପତିଙ୍କୁ ଗୁଳି କରି ହତ୍ୟା; ନିଜକୁ ଦାୟୀ କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜୟପୁର: ରାଜସ୍ଥାନର ରାଜଧାନୀ ଜୟପୁରରେ ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡ଼ିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ୪ ଜଣ ଦୁର୍ବୃତ୍ତ ଘରେ ପଶି ଗୋଗାମେଡ଼ିଙ୍କୁ ହତ୍ୟା କରିଛନ୍ତି। ଏଥିସହ ଗୋଗାମେଡ଼ିଙ୍କ ବନ୍ଧୁକଧାରୀ ସୁରକ୍ଷାକର୍ମୀ ଏବଂ ଅନ୍ୟ ଜଣଙ୍କୁ ମଧ୍ୟ ଗୁଳି ମାରିଥିବା ସୂଚନା ମିଳିଛି। ସୁଖଦେବ ସିଂହ ଏବଂ ତାଙ୍କ ବନ୍ଧୁକଧାରୀ ସୁରକ୍ଷାକର୍ମୀଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁଖଦେବ ସିଂହ ଗୋଗାମେଡ଼ିଙ୍କ ମୃତ୍ୟୁ ଘଟିଥିଲା। ଅପରପକ୍ଷେ, ବନ୍ଧୁକଧାରୀ ସୁରକ୍ଷାକର୍ମୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି। ତେବେ ୪ ଦୁର୍ବୃତ୍ତଙ୍କ ମଧ୍ୟରୁ ୨ ଜଣଙ୍କ ଚେହେରା ସିସିଟିଭିରେ କଏଦ ହୋଇଛି, ଯାହାକୁ ନେଇ ପୁଲିସ ଜୋରଦାର ତଦନ୍ତ ଚଳାଇଛି।

ଗୋଗାମେଡ଼ିଙ୍କ ଘରୁ ଜବତ ହୋଇଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳୁଛି ଯେ, ତାଙ୍କ ସହ ବସି କଥାବାର୍ତ୍ତା ହେଉଥିବା ଦୁଇଜଣ ବ୍ୟକ୍ତି ଅତର୍କିତ ଭାବେ ଅତି ନିକଟରୁ ତାଙ୍କ ଉପରେ ଗୁଳି ଚଳାଉଛନ୍ତି। ଏହି ଘଟଣା ମଧ୍ୟାହ୍ଣ ୧.୪୫ ମିନିଟରେ ଘଟିଛି। ଖବରପାଇ ଶ୍ୟାମ ନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।

- Advertisement -

ଅପରପକ୍ଷେ, ସୁଖଦେବ ସିଂହ ଗୋଗାମେଡ଼ିଙ୍କ ହତ୍ୟା ପାଇଁ ନିଜକୁ ଦାୟୀ କରିଛି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ। ବିଷ୍ଣୋଇ ଗ୍ୟାଙ୍ଗର କୁଖ୍ୟାତ ଗ୍ୟାଙ୍ଗଷ୍ଟର ରୋହିତ ଗୋଦାରା ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ ଜରିଆରେ ଏନେଇ ଦାବି କରିଛି। ଶତ୍ରୁମାନଙ୍କୁ ସହାୟତା କରୁଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସେ ଲେଖିଛି ।

ସୂଚନାଯୋଗ୍ୟ, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ପୂର୍ବରୁ ସୁଖଦେବ ସିଂହ ଗୋଗାମେଡ଼ିଙ୍କୁ ହତ୍ୟା ଧମକ ଦେଇଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories