www.samajalive.in
Friday, December 12, 2025
14.1 C
Bhubaneswar

ଆତଙ୍କବାଦୀଙ୍କ ସହ ସଂଘର୍ଷରେ ୪ ଯବାନ ସହିଦ

କୁପୱାଡ଼ା : ଜାମ୍ମୁ କାଶ୍ମୀର ହନ୍ଦୱାଡାଠାରେ ଶୁକ୍ରବାର ସନ୍ଧ୍ୟାରେ ଆତଙ୍କବାଦୀଙ୍କ ସହ ସଂଘର୍ଷରେ ୪ ଜଣ ଯବାନ ସହିଦ୍‍ ହୋଇଛନ୍ତି। ସହିଦଙ୍କ ମଧ୍ୟରେ ୨ ଜଣ ସିଆରପିଏଫ ଯବାନ ଏବଂ ଜାମ୍ମୁ କାଶ୍ମୀରର ୨ ଜଣ ପୁଲିସ୍‍ କର୍ମୀ ଅଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।
ସୂଚନା ଅନୁସାରେ ଜାମ୍ମୁ କାଶ୍ମୀର କୁପୱାଡାସ୍ଥିତ ହନ୍ଦୱାଡାଠାରେ ସକାଳେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲା। ଏହାପରେ ସୁରକ୍ଷା ବାହିନୀ ପକ୍ଷରୁ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ତଲାସୀ ଅଭିଯାନ ବେଳେ ଲୁଚି ରହିଥିବା କେତେକ ଆତଙ୍କବାଦୀ ସୁରକ୍ଷା ବାହିନୀ ଉପରକୁ ଗୁଳି ମାଡ଼ କରିଥିଲେ। ଏଥିରେ ୪ ଯବାନ ସହିଦ ହୋଇଛନ୍ତି। ଏହା ପୂର୍ବରୁ ବୁଧବାର ସୋପିଆନାରେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ଜୈଶ-ଏ-ମହମ୍ମଦର ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଉତ୍ତର ଜାମ୍ମୁ କାଶ୍ମୀରର ଉରୀ ସେକ୍ଟରରେ ଶୁକ୍ରବାର ପାକିସ୍ତାନୀ ସୈନ୍ୟ ପୁଣି ଅସ୍ତ୍ର ବିରତି ଉଲ୍ଲଙ୍ଘନ କରି ପ୍ରବଳ ଗୁଳି ଗୋଳା ବର୍ଷଣ କରିଛନ୍ତି। ଏଥିରେ ଜଣେ ସାଧାରଣ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories