www.samajalive.in
Saturday, December 6, 2025
26.1 C
Bhubaneswar

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି: ୬ ସଂସଦୀୟ କ୍ଷେତ୍ରରେ ଜୁନ୍ ୧ରେ ପଡିବ ଭୋଟ୍

ଭୁବନେଶ୍ବର:ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ। ଜୁନ୍ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ମେ ୧୪ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରଥମ ପର୍ଯ୍ୟାୟ ବିଜ୍ଞପ୍ତି ଅନୁଯାୟୀ, ମେ’ ୧୩ ତାରିଖରେ ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଦାନରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ରହିଛି। ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇ ଥିବାବେଳେ ତୃତୀୟ ପର୍ଯ୍ୟାୟ ଲାଗି ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି।

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories