www.samajalive.in
Saturday, December 13, 2025
26.1 C
Bhubaneswar

ପଇଦାପାଟଣା ପଞ୍ଚାୟତରେ ମାଗଣା ସ୍ବାସ୍ଥ୍ୟ ଶିବିର

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ପଇଦାପାଟଣା ପଞ୍ଚାୟତରେ ମାଗଣା ସ୍ବାସ୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଛି। ପଇଦାପାଟଣା ସରପଞ୍ଚ ମୁକୁନ୍ଦ ମୁଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ସ୍ବାସ୍ଥ୍ୟ ଶିବିରରେ ଘଟଗାଁ ଓ ଝାରବେଡା ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରିୟବ୍ରତ ଦାଶ, ଆୟୁଷ ଡାକ୍ତର ସସ୍ମିତା ମହାନ୍ତ, ଫାର୍ମାସିଷ୍ଟ ଯଯାତି ମହାନ୍ତ, ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଗିରି ଓ ଗିତାରାଣୀ ମହାନ୍ତ ପ୍ରମୁଖ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ମାଗଣା ଔଷଧ ପ୍ରଦାନ କରିଛନ୍ତି।‌ ଗ୍ରାମାଞ୍ଚଳରେ ରହୁଥିବା ବହୁ ଲୋକ ଅନ୍ଧ ବିଶ୍ବାସର ବଶବର୍ତ୍ତି ହୋଇ ଚିକିତ୍ସା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରକୁ ନ ଯାଇ ଗୁଣିଗାରେଡିକୁ ବିଶ୍ବାସ କରୁଥିବାରୁ ଏହି ସ୍ବାସ୍ଥ୍ୟ ଶିବିର କରାଯାଇଥିବା କହିଛନ୍ତି ସ୍ଥାନୀୟ ସରପଞ୍ଚ। ଏଠାରେ ୩୦୦ରୁ ଊର୍ଦ୍ଧ୍ବ ରୋଗୀଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇ ଦିଆଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories