www.samajalive.in
Saturday, December 6, 2025
23.1 C
Bhubaneswar

ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ମିଳିବ ମାଗଣା ୱାଇଫାଇ

ଭୁବନେଶ୍ବର: ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ମିଳିବ ମାଗଣା ୱାଇଫାଇ। ଛାତ୍ରଛାତ୍ରୀ ମାଗଣା ୱାଇଫାଇ ବ୍ୟବହାର କରିବେ। ଶୈକ୍ଷିକ ପରିବେଶରେ ଉନ୍ନତି ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଅନ୍‌ଲାଇନ୍‌ରେ ଷ୍ଟଡି ରିସୋର୍ସ ଏବଂ ଅଧିକାଂଶ ପାଠ୍ୟପୁସ୍ତକ ବର୍ତ୍ତମାନ ଉପଲବ୍ଧ ହୋଇଛି। କ୍ୟାମ୍ପସରେ ମାଗଣା ୱାଇଫାଇ ସୁବିଧା ମିଳିଲେ ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ଏହା ସହାୟକ ହେବ। ୱାଇଫାଇ ସୁବିଧା ଉପଲବ୍ଧ କରିବା ପାଇଁ କାର୍ଯ୍ୟନିର୍ବାହୀ ସଂସ୍ଥାର ସର୍ଭିସ୍‌ ଚାର୍ଜ ଏବଂ ଜିଏସ୍‌ଟି ଅନ୍ତର୍ଭୁକ୍ତ କରି ବିସ୍ତୃତ ବ୍ୟୟ ଅଟକଳ ପଠାଇବାକୁ ସମସ୍ତ ବିଶ୍ବବିଦ୍ୟାଳୟ କୁଳସଚିବଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

https://samajalive.in/news-3059/509376.html

- Advertisement -

ଉଚ୍ଚଶିକ୍ଷା ବିଭାଗର ଏହି ନିଷ୍ପତ୍ତିକୁ ଛାତ୍ର ବିଜେଡି ସ୍ବାଗତ କରିଛି। ଏହି ଘୋଷଣା ଫଳରେ ଛାତ୍ରଛାତ୍ରୀଙ୍କ ମହଲରେ ଖୁସିର ବାତାବରଣ ସୃଷ୍ଟି ହୋଇଛି। ଅଧିକାଂଶ ପାଠ୍ୟକ୍ରମ ଅନଲାଇନ୍‌ରେ ଥିବାରୁ ମାଗଣା ୱାଇଫାଇ ବ୍ୟବସ୍ଥା ନିଶ୍ଚିତ ଛାତ୍ରଛାତ୍ରୀଙ୍କୁ ସୁବିଧା ପ୍ରଧାନ କରିବ। ଛାତ୍ର ବିଜେଡି ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍‌ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି। ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମୌଳିକ ବିକାଶ ସହ ଗୁଣାତ୍ମକ ବିକାଶକୁ ଅଧିକ ତ୍ବରାନିତ କରିବା ଦିଗରେ ମାଗଣା ୱାଇଫାଇ ସେବା ପ୍ରମୁଖ ମାଧ୍ୟମ ସାଜିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories