www.samajalive.in
Friday, December 12, 2025
16.1 C
Bhubaneswar

ପୂଜ୍ୟ ପ୍ରଣାମ: ମାଆ ରମାଦେବୀ

ସେବା, ତ୍ୟାଗ ଓ ସଂଗ୍ରାମର ପ୍ରତିଭୂ ମାଆ ରମାଦେବୀ କେବଳ ଓଡ଼ିଶା ନୁହେଁ, ସମଗ୍ର ଦେଶର ଗର୍ବ ଓ ଗୌରବ। ଏହି ସ୍ବାଧୀନତା ସଂଗ୍ରାମୀଙ୍କର ଜନ୍ମ ୧୮୯୯ ମସିହା ଡିସେମ୍ବର ୩ରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ହୋଇଥିଲା। ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଅନ୍ୟ ଏକ ବଡ଼ ପରିଚୟ ହେଉଛି ସେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା’ ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ।

୧୯୧୪ରେ ସ୍ୱାଧୀନତା ସଂଗ୍ରାମୀ, ତତ୍କାଳୀନ ଡେପୁଟି କଲେକ୍ଟର ତଥା କଟକର ଓକିଲ ଗୋପବନ୍ଧୁ ଚୌଧୁରୀଙ୍କୁ ସେ ବିବାହ କରିଥିଲେ। ସେ ସମୟର ମର୍ଯ୍ୟାଦାସମ୍ପନ୍ନ ଡେପୁଟି କଲେକ୍ଟର ପଦବୀ ଛାଡ଼ି ଗୋପବନ୍ଧୁ ସସ୍ତ୍ରୀକ ସ୍ୱଦେଶୀ ଆନ୍ଦୋଳନରେ ସାମିଲ ହୋଇଗଲେ। ପରେ ପରେ ତାଙ୍କ ଅନୁଜ ନବକୃଷ୍ଣ ଚୌଧୁରୀ, ଭ୍ରାତୃବଧୂ ମାଳତୀ ଚୌଧୁରୀ, ପୁତ୍ର ମନମୋହନ ଚୌଧୁରୀ, କନ୍ୟା ଅନ୍ନପୂର୍ଣ୍ଣା ଦେଶ ସେବାକୁ ଜୀବନର ବ୍ରତ ରୂପେ ଗ୍ରହଣ କରି ନେଇଥିଲେ।
୧୯୨୧ ମାର୍ଚ୍ଚରେ ମହାତ୍ମା ଗାନ୍ଧୀ କଟକ କାଠଯୋଡି ବାଲି ଓ ବିନୋଦ ବିହାରୀ ପରିସରରେ ଦୁଇଗୋଟି ସାଧାରଣ ସମାବେଶରେ ଯୋଗଦେଇ ହରିଜନ, ଦଳିତମାନଙ୍କ ସୁରକ୍ଷା ଓ ସ୍ୱଦେଶୀ ଆନ୍ଦୋଳନର ଆବଶ୍ୟକତା ବୁଝାଇଥିଲେ। ନିଜ ଭାଷଣରେ ମହିଳାମାନଙ୍କୁ ଗହଣା ନପିନ୍ଧି ଦେଶସେବା ପାଇଁ ତାହାକୁ ଦାନ କରନ୍ତୁ ବୋଲି ନିବେଦନ କରିଥିଲେ। ଉକ୍ତ ସଭାରେ ଉପସ୍ଥିତ ଥିବା ରମାଦେବୀ ଗାନ୍ଧୀଜୀଙ୍କ ଭାଷଣରେ ପ୍ରଭାବିତ ହୋଇ ନିଜର ବହୁମୂଲ୍ୟ ୨୦୦ ଭରି ସ୍ୱର୍ଣ୍ଣ ଅଳଙ୍କାର ଓ ଅନେକ ମୂଲ୍ୟବାନ ଦ୍ରବ୍ୟ ଗାନ୍ଧୀଙ୍କ ସ୍ୱରାଜ ପାଣ୍ଠିକୁ ଦାନ କରିବା ସହିତ ଶସ୍ତା ଶାଢ଼ି ପିନ୍ଧିବା ଆରମ୍ଭ କରିଥିଲେ ଓ ଖଦୀବସ୍ତ୍ର ଆଜୀବନ ପରିଧାନ କରିବା ପାଇଁ ସଂକଳ୍ପ ନେଲେ। ଆଇନ ଅମାନ୍ୟ ଆନ୍ଦୋଳନ, ଲବଣ ସତ୍ୟାଗ୍ରହ ଆଦି ସଂଗ୍ରାମରେ ଭାଗନେଇ ବହୁବାର କାରାବରଣ କରିଥିଲେ। ୧୯୮୫ ମସିହା ଜୁଲାଇ ୨୨ରେ ଏହି ମହାନ ନେତ୍ରୀଙ୍କ ପରଲୋକ ଘଟିଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories