www.samajalive.in
Sunday, December 7, 2025
16.1 C
Bhubaneswar

ଶୁକ୍ରବାର ରାଶିଫଳ ୦୯.୦୯.୨୦୨୨

ମେଷ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ବୃଷ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ସମ୍ପନ୍ନ ହେବ।
ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ସିଂହ: ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଗ୍ରହଣ କରିବେ।
କନ୍ୟା: ଅଯଥା ବ୍ୟୟରୁ ନିଜକୁ ସୁଧାରୀ ନେଇପାରନ୍ତି। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ତୁଳା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ହୋଇପାରନ୍ତି।
ବିଛା: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷିଜାତ ଦ୍ରବ୍ୟ ବ୍ୟବସାୟ ଲାଭଜନକ ହେବ। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି।
ଧନୁ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରବେଶବାଦୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟରୁ ଭଲ ଲାଭ ମିଳିବ।
କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଊଣା ହେବ ନାହିଁ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ମୀନ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସମସ୍ୟା କ୍ଲେଶ ଅନୁଭବ କରିପାରନ୍ତି। ଭାଷା ଓ ବ୍ୟବହାର ଆପଣଙ୍କୁ ଅଜାତଶତ୍ରୁ କରିପାରେ। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମକାର୍ଯ୍ୟରେ ଧନବ୍ୟୟ କରିବେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories