www.samajalive.in
Sunday, December 14, 2025
26.1 C
Bhubaneswar

ଶୁକ୍ରବାର ରାଶିଫଳ ୦୨.୦୬.୨୦୨୩

ମେଷ: ବନ୍ଧୁମିଳନ ଉତ୍ସାହଜନକ ହେବ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଆପଣଙ୍କ ହିତ ସାଧନ କରିବ।
ବୃଷ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ପାରିପାର୍ଶ୍ବିକ ଅବସ୍ଥାକୁ ଅନୁଧ୍ୟାନ କରି ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନ ଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ତେଜସ୍ବୀ, ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।
କର୍କଟ: ଦାନଶୀଳ ହୋଇପାରନ୍ତି। ଉଦାର ସ୍ବଭାବସମ୍ପନ୍ନ ହେବେ। ବିକଶିତ ବ୍ୟକ୍ତିତ୍ବଯୁକ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃର୍ଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ବୁଦ୍ଧିମାନ୍‌ ହେବେ।
ସିଂହ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ପ୍ରେମପୂର୍ଣ୍ଣ ହେବ। ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଧନାଗମ ହେବ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୁଷମ ଖାଦ୍ୟରେ ସପରିବାରେ ଆନନ୍ଦ ଉପଭୋଗ କରିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି।
ବିଛା: କର୍ମଚଞ୍ଚଳ ରହିବେ। ଏକାନ୍ତରେ ତପ ସାଧନା କରି ଧର୍ମଧ୍ବଜାଧାରୀ ହେବେ। ମଧୁର ଭାଷାରେ ଓ କମନୀୟ ବ୍ୟବହାରରେ ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ଜ୍ଞାନୀ ହେବେ।
ଧନୁ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସକରାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ମକର: ଦୟାଳୁ ସ୍ବଭାବସମ୍ପନ୍ନ ହେବେ। କୂଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଜ୍ଞାନୀ ଓ ଶାସ୍ତ୍ରଜ୍ଞ ହେବେ।
କୁମ୍ଭ: ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭାଗ୍ୟଶାଳୀ ହେବେ। ସାମୟିକ ଭାବେ ଅଧସ୍ଥନ କର୍ମଚାରୀଙ୍କ ସହିତ ଭାବ ବିନିମୟ କରିପାରନ୍ତି। ପ୍ରବାସପ୍ରିୟ ହୋଇପାରନ୍ତି। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।
ମୀନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଜଳଯାତ୍ରାରୁ ବିରତ ରହିବା ଭଲ। ଅଷ୍ଟମ ଚନ୍ଦ୍ର ଯୋଗୁ ସତର୍କ ରହିବେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories