www.samajalive.in
Friday, December 5, 2025
23.1 C
Bhubaneswar

ଶୁକ୍ରବାର ରାଶିଫଳ: ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି

ମେଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କାଳରେ ସେବାକୁ ଗୁରୁତ୍ବ ଦେବେ।

ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବେ।

- Advertisement -

ମିଥୁନ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ସ୍ବଭାବର ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଜ୍ୟେଷ୍ଠ ନ ହୋଇ ବି ଶ୍ରେଷ୍ଠ ହେ​‌େ​‌ବ।

କର୍କଟ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆବନ୍ଧୁ ମିଳିବେ।

କନ୍ୟା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଆୟ ଆଶାନୁରୂପ ହେବ। ସୁସ୍ଥ ରହିବେ। ଲୋକପ୍ରିୟ ହେବେ।

ତୁଳା: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଉଚ୍ଚାସନ ମିଳିପାରେ।

ବିଛା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବା ସହିତ ସୁପାରିସ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ଧନୁ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ କିଛି ସମୟ କଟାଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ପିତୃ ସ୍ମରଣରେ ରିଷ୍ଟ ଖଣ୍ଡନ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସାରାଦିନ ସତର୍କରେ ଚଳିବେ।

ମୀନ: ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। କର୍ତ୍ତବ୍ୟନିଷ୍ଠା ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଜନସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିବେ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories