ଶୁକ୍ରବାର ରାଶିଫଳ: ଆକସ୍ମିକ ଧନ ଲାଭର ସୂଚନା

ମେଷ: ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ମନରେ ଉପୁଜିଥିବା ଅହଂଭାବର ବିନାଶ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ବୃଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଲୋକପ୍ରିୟ ହେବେ।

ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

କର୍କଟ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିପାରେ।

ସିଂହ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠୁ ସହାୟତା ମିଳିବ।

ତୁଳା: ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିସମ୍ପନ୍ନ ହେବେ।

ବିଛା: ଥଣ୍ଡା କାଶଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନା ଫଳବତୀ ହେବ। ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

ଧନୁ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ମକର: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ଜୀବନ ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପାରିବାରିକ ଜୀବନ ସ୍ନେହ, ଶ୍ରଦ୍ଧାପୂର୍ଣ୍ଣ ହେବ। ମିତବ୍ୟୟୀ ହେବେ।

ମୀନ: ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ। ଜଳଯାତ୍ରା ନ କରିବା ଭଲ।

Comments are closed.