ଶୁକ୍ରବାର ରାଶିଫଳ: ଖୁସି ଖବର ମିଳିବ, ଏହି ରାଶିର ଲୋକଙ୍କୁ ଆକସ୍ମିକ ଧନ ଲାଭ ହେବ

ମେଷ- ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ସୁରକ୍ଷା ଉପରେ ବିଶେଷ ଦୃଷ୍ଟି ଦେବାକୁ ପଡ଼ିବ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। କିଛିଟା ଅର୍ଥ ମିଳିବ।

ବୃଷ- ଜଣେ ସମାଜସେବୀଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଜନସାଧାରଣଙ୍କ ସେବାରେ ବ୍ରତୀ ହୋଇ ଯଦି ଅହଂଭାବ ଉପୁଜିଥାଏ, ତେବେ ତାକୁ ବିସର୍ଜନ ଦେବାକୁ ପଡ଼ିବ।

ମିଥୁନ- ଭ୍ରାତୃତ୍ବର ବନ୍ଧନ ନିବିଡ଼ତର ହେବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ସେବାମୂଳକ ହେବ।

କର୍କଟ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ସିଂହ- ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

କନ୍ୟା- ଆଧ୍ୟାତ୍ମବାଦୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ସରଳ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂର୍ଣ୍ଣ ସମ୍ମାନ ମିଳିବ। ସୁସ୍ଥ ଜୀବନ ବିତାଇବେ।

ତୁଳା- ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ବିଭିନ୍ନ ସ୍ତରରୁ ଅର୍ଥାଗମ ହେବ।

ବିଛା- ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।

ଧନୁ- ସାମାନ୍ୟ ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ।

ମକର- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କୁମ୍ଭ- କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ପାରିବାରିକ ସୁଖ ମିଳିବ।

ମୀନ- ଭାଗ୍ୟଶାଳୀ ହୋଇପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। କର୍ତ୍ତବ୍ୟ ପରାୟଣ ହେବେ।

Comments are closed.