www.samajalive.in
Thursday, December 11, 2025
23.1 C
Bhubaneswar

ଶୁକ୍ରବାର ରାଶିଫଳ: ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି, ଏହି ରାଶିର ଲୋକେ ରୁହନ୍ତୁ ସତର୍କ

ମେଷ- କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅନୁଗତ ଓ ଅଧସ୍ତନଙ୍କ ନମସ୍ୟ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରବଚନ ଶୁଣିବେ।

ବୃଷ- ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସାରାଦିନ ସତର୍କତାର ସହ ଚଳିବାକୁ ପଡ଼ିବ।

- Advertisement -

ମିଥୁନ- ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ନାନା ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନ ମିଳିବ।

କର୍କଟ- ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ବିଭିନ୍ନ ସ୍ତରରୁ ସାହାଯ୍ୟ ଓ ସହଯୋଗ ମିଳିବ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।

ସିଂହ- ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷାର ସାକ୍ଷାତକାର ପାଇଁ ପୁସ୍ତକ ପଠନରେ ମନୋନିବେଶ କରିବେ। ବହୁ ହିତାକାଂକ୍ଷୀଙ୍କଠାରୁ ଅର୍ଥାଗମ ହୋଇପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ।

କନ୍ୟା- କାର୍ଯ୍ୟ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ସୁସମ୍ପାଦନ କରି ଉଚିତ୍‌ ପ୍ରାପ୍ୟ ହାସଲ କରିପାରନ୍ତି। ଯାନବାହନ ସୁଖ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯଶ୍ବସୀ ହେବେ।

ତୁଳା- ଭିନ୍ନ ଭିନ୍ନ ସ୍ତରରୁ ଅର୍ଥାଗମ ହୋଇ ଆର୍ଥିକ ସ୍ଥିତିକୁ ଉନ୍ନତମାନର କରିପାରେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନ ପାଇଁ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ।

ବିଛା- ମତିମାନ୍‌ ହେବେ। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କୀର୍ତ୍ତିମାନ୍ ହେବେ। କର୍ମଚଞ୍ଚଳ ରହିବେ। ସହିଷ୍ଣୁ ହୋଇପାରନ୍ତି। ଅତି ସୁଖୀ ହେବେ। ବ୍ୟବସାୟ ଲାଭଦାୟକ ହେବ।

ଧନୁ- ଆୟ ଊଣା ହେବ ନାହିଁ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

ମକର- ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କୁମ୍ଭ- ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଏପରିକି ରାଜ ପରିବାରରୁ ସମ୍ମାନ ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହୋଇପାରନ୍ତି।

ମୀନ- କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିପାରେ। ବିବାଦୀୟ ଘଟଣାରେ ବିଜୟୀ ହେବେ। କୃତୀ ପ୍ରତିଯୋଗୀଭାବେ ପ୍ରସ୍ତୁତ ହେବେ। ଶୁଭକାର୍ଯ୍ୟ କରିପାରନ୍ତି।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories